ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୭୧୧ ଜଣ ନୂଆ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧିପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୭୧୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୧୦,୭୯୯ରେ ପହଞ୍ଚିଛି। ୨୪ ଘଣ୍ଟାରେ ହୋଇଥିବା ୧୦୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୭୫୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୩୯୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୬୮,୫୨୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୪,୫୨୩ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୯,୨୨,୩୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୨,୧୪,୩୦,୫୦୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୩୭,୮୩୦ଟି ନମୁନା।
More Stories
ନେତାନ୍ୟାହୁ ଙ୍କ ବିରୋଧରେ ଗିରଫ ପରୱାନା ଜାରି…..
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….