ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗବାଇ । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ ପ୍ରାୟ ୬ମାସ ହେବ । ୨୩ ନଭେମ୍ବର ୨୦୨୫ରେ ଜଷ୍ଟିସ୍ ବି.ଆର. ଗବାଇ ଅବସର ନେବେ । ମଙ୍ଗଳବାର ପ୍ରଧାନ ବିଚାରପତି ପଦରୁ ଅବସର ନେଇଥିଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ଆଇନଜୀବୀ ଓ ବିଚାରପତିଙ୍କ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..