ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟ୍କା ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମସ୍ତ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ପାଇଁ ୟେଲୋ ଓ୍ବାର୍ନିଂ ରହିଛି। ସୂଚନା ଥାଉକି, ମଙ୍ଗଳବାର ନୟାଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଯାଜପୁର, ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..