ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏହି ଫଳ ବୁଧବାର ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯାଇଛି। ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି ଯେ, ଏକକାଳୀନ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ-୨୦୨୫ ପ୍ରକାଶ ପାଇବ। ଏଥି ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ ସେମାନଙ୍କର ରେଜଲ୍ଟ ଡିଜି ଲକର ସମେତ www.chseodisha.nic.in ଏବଂ http://orissaresults.nic.in ୱେବ୍ସାଇଟ୍ରେ ଦେଖିପାରିବେ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..