ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଗାମୀ ୧୨ ଘଣ୍ଟା ମଧ୍ୟରେ ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ। ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ। ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ। ପରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଅନ୍ୟପକ୍ଷେ ବୁଧବାର ୧୩ ଜିଲାକୁ କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା ୩ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା ରହିଛି। ୧୩ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ନିଂ ଜାରି କରିଛି।ମୌସୁମୀ ଆଗମନକୁ ନେଇ ଅନୁକୂଳ ହେଉଛି ପାଗ।






More Stories
୧୮ରୁ ଖୋଲିବ ସ୍କୁଲ୍….
ହୀରାକୁଦରେ ହେବ ବିଶ୍ବସ୍ତରୀୟ ଖଣି ସଂଗ୍ରହାଳୟ…..
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..