ରିପୋର୍ଟ କାର୍ଡ / ରାଜଗାଙ୍ଗପୁର
ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ। ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ମାଲିଡିହି କରଲାକାନୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦେଶୀ ମଦ କାରବାର ଚାଲିଥିବାବେଳେ ମଦ ଭାଟି କର୍ମଚାରୀଙ୍କ ଉପରେ ଚଢଉ କଲା ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍। ମଦ ଭାଟି କର୍ମଚାରୀଙ୍କୁ ଦେଖି ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଆକ୍ରମଣ କଲେ ଗ୍ରାମବାସୀ। ଏଥିରେ ୫ ଜଣ ଭାଟି କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ରାଜଗାଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ତାଙ୍କୁ ରାଉରକେଲା ଆଇଜିଏଚ୍ କୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଘଟଣାକୁ ନେଇ ଅବକାରୀ ବିଭାଗ ପକ୍ଷରୁ ରାଜଗାଙ୍ଗପୁର ଥାନାରେ ଏତଲା ଦିଆଯାଇଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..