ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ପରିବର୍ତ୍ତେ ମେ ୨୬ରେ କରିବା ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭କୁ ସ୍ଥିରହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି। ଫଳରେ ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..