ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ୍ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିନିମନ୍ତେ ଭିଜିଲାନ୍ସ ପକ୍ଷରୁ ଏକ ଏସଆଇଟି ଗଠନ କରାଯାଇଛି। ପୂର୍ବରୁ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଭାଗୀୟ ଅଧିକାରୀ ମାନଙ୍କ ସହ ଉକ୍ତ ବେଆଇନ ଖଣି ଉତ୍ତୋଳନ ସ୍ଥାନକୁ ଗସ୍ତ କରି ରିପୋର୍ଟ ସଂଗ୍ରହ କରିବା ସହ ଏଥି ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଦୁର୍ନୀତି ବିରୋଧରେ ବିଶେଷକରି ଖଣିଦୁର୍ନୀତି ସମ୍ପର୍କରେ ସବୁବେଳେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଆସିଛନ୍ତି। ଖଣି ଦୁର୍ନୀତିର ମୁଳୋତ୍ପାଟନ କରାଯିବ ବୋଲି ସେ ବାରମ୍ୱାର କହି ଆସିଛନ୍ତି । ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ର ଏହି ଖଣି ଦୁର୍ନୀତିର ପର୍ଦ୍ଦାଫାସ କରିବା ପାଇଁ ଭିଜିଲାନସକୁ ନିର୍ଦ୍ଦେଶ ଦେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ଜେନା ମଧ୍ୟ ଏହି ଘଟଣାକୁ ଗୁରୁତର ସହ ଗ୍ରହଣ କରିବା ସହ ଦୋଷୀ ଯେ କେହିବି ହୋଇ ଥାନ୍ତୁ ନା କାହିଁକି ସମସ୍ତଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁସାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..