ରିପୋର୍ଟ କାର୍ଡ / ବୌଦ୍ଧ
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ନିର୍ମାଣାଧୀନ ଟନେଲ୍ରେ ଭୁଶୁଡ଼ି ପଡିଛି । ଅଡେଣିଗଡ଼ ନିକଟରେ କୌଣସି କାରଣରୁ ଏହି ଟନେଲ୍ ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। ଏହି ଘଟଣା ଫଳରେ ପ୍ରାୟ ୩୦ ମିଟର ଦୀର୍ଘ ଗର୍ତ୍ତ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ପ୍ରାପ୍ତ ସୂଚନା ଅନୁଯାୟୀ, ଟନେଲ୍ ଭିତରେ କୌଣସି ଶ୍ରମିକ ଫସି ରହିଥିବା ନେଇ ସ୍ପଷ୍ଟ ତଥ୍ୟ ମିଳିନାହିଁ। ତେବେ, ଏହି ଦୁର୍ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଚାଲିଛି ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିବା ଜଣାପଡ଼ିଛି। ରେଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଫସି ରହିଥିବା ଅନୁମାନ କରାଯାଉଛି|






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..