ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୪ ଉପକୂଳବର୍ତ୍ତୀ ଜିଲା ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ସୂଚନା ମିଳିଛି । ଓଡିଶା ଉପକୂଳ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..