ରିପୋର୍ଟ କାର୍ଡ / ବଲାଙ୍ଗୀର
ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆସିଛି ରାୟ । ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ରାୟ ଶୁଣାଇଛନ୍ତି ପାଟଣାଗଡ ଏଡିଜେ କୋର୍ଟ । ଦୀର୍ଘ ବର୍ଷ ପରେ ମାମଲାରେ ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ ଶୁଣାଇବା ସହ ୫୦ହଜାର ଟଙ୍କା ଜୋରମାନା ଦେବାକୁ ନିର୍ଦେଶ ଦେଇଛନ୍ତି । ଘଟଣାର ୭ବର୍ଷ ପରେ ଆସିଛି ଚୂଡାନ୍ତ ରାୟ । ଜୀବନ ଥିବା ପର୍ଯ୍ୟନ୍ତ ଜେଲରେ ରହିବେ ପୁଞ୍ଜିଲାଲ ମେହେର ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..