ରିପୋର୍ଟ କାର୍ଡ / ମାଲକାନଗିର
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ନିକଟରେ ୧୬ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ପିଏଲଜିଏ ବାଟାଲିୟନର ୨ ହାର୍ଡକୋର ନକ୍ସଲ ମଧ୍ୟ ରହିଛନ୍ତି। ସୁକମା ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଏହି ୧୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ମହିଳା ଓ ପୁରୁଷ ନକ୍ସଲ ନାମରେ ୮ ଲକ୍ଷ ଲେଖାଏଁ ପୁରସ୍କାର ରହିଥିଲା। ଏଥିସହ ୬ ଜଣ ନକ୍ସଲ ନାମରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ସମସ୍ତଙ୍କୁ ଆତ୍ମନିର୍ଭରଶୀଳ କରାଯିବ ବୋଲି ପୋଲିସ କହିଛି। ଲଗାତାର ପୋଲିସର ଅପରେସନରେ ନକ୍ସଲ ଭୟଭୀତ ହେବା ସହ ସଂଗଠନରେ କୌଣସି ଲକ୍ଷ୍ୟ ନେଇ କାର୍ଯ୍ୟ ହେଉନଥିବାରୁ ଆତ୍ମସମର୍ପଣ କରିଥିବା କହିଥିଲେ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..