Report Card Odisha

| Daily Odia News

ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗୃହରକ୍ଷୀଙ୍କ ଦୈନିକ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୬୧୨ରୁ ୬୨୩ ଟଙ୍କାକୁ ବଢିଛି ଭତ୍ତା। ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହା ଲାଗୁ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି। ସେହିପରି ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଭତ୍ତା ପରିମାଣ ବୃଦ୍ଧି ହୋଇଛି | ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି | ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ। ଓଡିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Breaking News