ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଅପରାହ୍ଣ ୫.୩୦ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୪୭.୪ ମି.ମି. ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮, ଝାରସୁଗୁଡ଼ାରେ ୨୮.୬ , ଭଦ୍ରକରେ ୧୯.୧ ମି.ମି ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ଅନୁଗୋଳ, କେନ୍ଦୁଝର, ଭବାନୀପାଟଣା, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ, ଛତ୍ରପୁର, ନୂଆପଡ଼ା ଏବଂ ଖୋର୍ଦ୍ଧାରେ ୨ ସେ.ମି.ରୁ ଅଧିକ ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବିଦର୍ଭ, ଛତିଶଗଡ଼, ଓଡ଼ିଶାର ବାକି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଆଜି ୩୦ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ପବନର ବେଗ ୩୦ ରୁ ୪୦ କି.ମି. ରହିବ। ଅନ୍ୟାନ୍ୟ ଜିଲାରେ ବଜ୍ରପାତ ସହ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଝାରସୁଗୁୁଡ଼ା, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ ଏବଂ ବରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..