ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁରୀ ଛତିଶା ନିଯୋଗ ସେବାୟତମାନଙ୍କର ଏକ ପ୍ରତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ। ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହା ସହ ସେବାୟତମାନେ ରଥଯାତ୍ରାରେ ଯୋଗ ଦେବା ପାଇଁ ଶ୍ରୀ ପଟ୍ଟନାୟକଙ୍କୁ ଆମନ୍ତ୍ରଣ କରିଥିଲେ। ଜୁନ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ପାଳନ କରିବା ପାଇଁ ଶ୍ରୀ ପଟ୍ଟନାୟକ ସେବାୟତମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ସାଂସଦ ଶୁଭାଶିଷ ଖୁଣ୍ଟିଆ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଇନା ଖୁଣ୍ଟିଆ, ଗୌରହରି ପ୍ରଧାନ, ଲୋକନାଥ ମହାସୁଆର, ରବିଶଙ୍କର ପଢ଼ିଆରୀ, କାଶୀନାଥ ମହାସୁଆର, ଦାମୋଦର ପ୍ରତିହାରୀ, ହରିଆ ସୁଆର, ଅସିତ୍ ମେକାପ, କୃଷ୍ଣଚନ୍ଦ୍ର ଗୋଚ୍ଛିକାର ଓ ଜମେଶ୍ୱର ମହାନ୍ତି ଉପସ୍ଥିତ ଥିଲେ।






More Stories
୨୩ ରୁ ହାଇକୋର୍ଟ ବନ୍ଦ…..
ମୁଖ୍ୟମନ୍ତ୍ରୀ ଜାରି କଲେ ୮ସୂତ୍ରୀ ମାର୍ଗଦର୍ଶିକା…..
ବେଆଇନ ନିଯୁକ୍ତି ନେଇ ତାଗିଦ…..