ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ତାରିଖରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟାପ୍ରତି ୬୦କି.ମି. ଛୁଇଁପାରେ। ସମୁଦ୍ର ଅଶାନ୍ତ ରହିବା ଯୋଗୁ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଉପକୂଳବର୍ତ୍ତୀ ଗାଁ ଗୁଡିକ ସତର୍କ ରହିବାକୁ ସରକାରଙ୍କ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କରାଯାଇଛି।
More Stories
ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ,କଲେ ଆଶୀର୍ବାଦ କାମନା .…
ଗଡକରୀଙ୍କ ଐତିହାସିକ ଘୋଷଣା….
କଟକରେ ଯୁବକଙ୍କ ଗଳା କାଟି ହତ୍ୟା….