ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ ନେତା ଓ କର୍ମୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ଵ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ଲେଖିଛନ୍ତି, ‘‘ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ଭଗବାନ ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ।’’ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମଧ୍ୟ ରାହୁଲଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି।
More Stories
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସର ବିରୋଧ…..
ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ,ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ…..
ପ୍ରଧାନମନ୍ତ୍ରୀଙ୍କ ଗସ୍ତ; ରାଜଧାନୀରେ ଦ୍ୱିତୀୟାର୍ଦ୍ଧରେ ସରକାରୀ କାର୍ଯ୍ୟାଳୟ ବନ୍ଦ…..