ରିପୋର୍ଟ କାର୍ଡ / ପୁରୀ
ଅଣସର ଗୃହରେ ଆଜି (ଶୁକ୍ରବାର) ମହାପ୍ରଭୁଙ୍କ ଚକାବିଜେ ନୀତି ଅନୁଷ୍ଠିତ ହେବ। ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରା ଅଣସର ପିଣ୍ଡିରୁ ଚକାକୁ ବିଜେ କରିବେ। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ l ସୂଚନାଯୋଗ୍ୟ, ପବିତ୍ର ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିରେ ଗୁପ୍ତସେବା ଜାରି ରହିଛି। ପରମ୍ପରା ଅନୁଯାୟୀ, ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି ହୋଇଥିଲା। ଷଷ୍ଠୀରୁ ନବମୀ ଯାଏ ଠାକୁରଙ୍କୁ ଓଷୁଅ ଲାଗି କରାଯାଇଥିଲା। ଦଶମୀ ତିଥିରେ ଅସୁସ୍ଥ ଥିବା ଶ୍ରୀବିଗ୍ରହ ସାମାନ୍ୟ ସୁସ୍ଥ ଅନୁଭବ କରିଥିବାରୁ ଚକାବିକେ ନୀତି ଅନୁଷ୍ଠିତ ହେବ।
ଦଇତାପତି ସେବକମାନେ ବଳଭଦ୍ର, ଜଗନ୍ନାଥ ଓ ସୁଭଦ୍ରାଙ୍କୁ ଅଣସର ପିଣ୍ଡିରୁ ଚକାକୁ ବିଜେ କରାଇବେ। ସେହିପରି ଦଶମୀ ତିଥି ଅବସରରେ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ପ୍ରସ୍ତୁତ କରାଯାଇ ଶ୍ରୀବିଗ୍ରହଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ପଠାଯିବ। ଉକ୍ତ ଦଶମୂଳ ଏକାଦଶୀ ତିଥିରେ ମହାପ୍ରଭୁ ଲାଗିହେବେ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ଲାଗି ହେଲେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୁଅନ୍ତି ବୋଲି ବିଶ୍ୱାସ ରହିଛି।






More Stories
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..