Report Card Odisha

| Daily Odia News

ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡା ଜିଲା ଗସ୍ତ କରିଛନ୍ତି। ନୂଆପଡା ଖଡ଼ିଆଳ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ ଦେଇଛନ୍ତି । କହିଛନ୍ତି କି ନୂଆପଡାକୁ ସ୍ୱତନ୍ତ୍ର ଧ୍ୟାନ ଦେଉଛି । ସ୍ୱାଧୀନତା ସଂଗ୍ରାମରେ ମା’ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ନୂଆପଡାରେ ଶିଶୁ ମୃତ୍ୟୁହାର ବହୁତ କମିଛି । ମା’ ମାନଙ୍କ ଜୀବନ ବଞ୍ଚାଇବାରେ ନୂଆପଡା ବେଶ ବଡ ଭୂମିକା ଗ୍ରହଣ କରିଛି । ଏକହଜାରରୁ ଅଧିକ ଫ୍ଲୋରାଇଡ ପ୍ଲାଣ୍ଟ ଇନଷ୍ଟଲ କରାଯାଇଛି । ନୂଆପଡାରେ ୧ ଲକ୍ଷ ପରିବାର ପାଇପ ପାଣି ପିଉଛନ୍ତି । ମାଇଲ ମାଇଲ ଯାଇ ପାଣି ଆଣିବା ମୋତେ ବେଶ ଦୁଃଖ ଦେଇଥିଲା । ତେଣୁ ମୋର ଲକ୍ଷ୍ୟ ୨୦୨୨ ସୁଦ୍ଧା ସବୁ ପରିବାରକୁ ପାଇପ ପାଣି ମିଳିବ, ନୂଆପଡା ଆଜି ସବୁଜିମାରେ ପରିଣତ ହୋଇଛି । ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ନିକଟରେ ସାଇନ୍ସ ପାର୍କ ଖୋଲାଯିବ ।କେବଳ ଏତିକି ନୁହେଁ, ଭେଲାର ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସୁନ୍ଦର ସ୍ମାରକୀ କରାଯିବ ।

୧୯୯୩ ରେ ବିଜୁବାବୁ ନୁଆପଡାକୁ ଏକ ସ୍ଵତନ୍ତ୍ର ଜିଲ୍ଲା ଘୋଷଣା କଲେ । ସେତେବେଳେ କିଛି ଲୋକ ତାଙ୍କୁ ପ୍ରଶ୍ନ କରିଥିଲେ ଯେ ଆପଣ ଏତେ ଛୋଟ ଅଞ୍ଚଳକୁ କାହିଁକି ଜିଲ୍ଲା କଲେ ? ସେତେବେଳେ ବିଜୁବାବୁ କହିଥିଲେ, “ନୂଆପଡା ଓଡିଶା ମା ର ସବୁଠାରୁ ସାନ ପିଲା । ସବୁ ବାପା ମା ଯେପରି ଦୂରରେ ଥିବା ପିଲାକୁ ଅଧିକ ଭଲ ପାଆନ୍ତି , ମୁ ମଧ୍ୟ ସେପରି ନୂଆପଦକୁ ସ୍ଵତନ୍ତ୍ର ଧ୍ୟାନ ଦେଉଛି” । ବିଜୁ ଏକ୍ସପ୍ରେସ ୱେ ରେ ସବୁଠାରୁ ଅଧିକ ଲାଭ ପାଇଛି ନୂଆପଡା । ୬୮୦ କୋଟି ଟଙ୍କାରେ ୧୩୨ କି.ମି ରାସ୍ତା କେବଳ ନୂଆପଡାରେ ହିଁ ହୋଇଛି । ଏବେ ମୁଁ ଲୋୟର ଇନ୍ଦ୍ର ପ୍ରକଳ୍ପକୁ ଆସିବି । ଏ ପ୍ରକଳ୍ପ ସାରା ରାଜ୍ୟ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ । ଏ ପ୍ରକଳ୍ପ ପାଇଁ ଜମି ଦେଇଥିବା ସବୁ ଲୋକଙ୍କୁ ସେମାନଙ୍କ ତ୍ୟାଗ ପାଇଁ ଧନ୍ୟବାଦ ଜଣାଉଛି । ଆପଣ ମାନଙ୍କ ତ୍ୟାଗ ପାଇଁ ନୂଆପଡା ର କୋମନା, ଖଡିଆଳ ଓ ବଲାଙ୍ଗିର ର ବଙ୍ଗୋମୁଣ୍ଡା, ମୁରିବାହାଲ ଓ ଟିଟିଲାଗଡ ବ୍ଲକ ର ୨୦୦ଟି ଗାଁ ର ୧,୮୦,୦୦୦ ଲୋକ ଉପକାର ପାଇବେ । ଆପଣ ଜାଣନ୍ତି ନୂଆପଡାରେ ୨୨୦ କୋଟି ଟଙ୍କାର ବୃହତ ଉଠା ଜଳସେଚନ ପ୍ରକଳ୍ପ ଏବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ । ଏହାଦ୍ୱାରା କୋମନା, ନୂଆପଡା, ସିନାପାଲୀ ଓ ବୋଡେନ ଅଞ୍ଚଳର ୧୮୦୦୦ ଏକର ରୁ ଅଧିକ ଜମିକୁ ପାଣି ମିଳିପାରିବ । ଏଥିପାଇଁ ଆଉ ୭୫୦୦ ଏକର ଜମିକୁ ପାଣି ଯୋଗାଇଦେବା ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଁ ଘୋଷଣା କରୁଛି । ବିଜୁବାବୁଙ୍କର ସେଦିନର ସାନ ପିଲା “ନୂଆପଡା” ଆଜି ବଡ ହୋଇଛି । ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏଥିପାଇଁ ମୁଁ ବହୁତ ଖୁସି । ନୂଆପଡା ରେ ବିକାଶର ଏ ଧାରା ଆହୁରି ଆଗକୁ ବଢିବ ।

Breaking News