ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି | ଏନେଇ ରବିବାର ଡାକ୍ତର ରମାକାନ୍ତ ପଣ୍ଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ନବୀନଙ୍କ ସର୍ଭାଇକାଲ ଆର୍ଥାରାଇଟ୍ସର ସଫଳ ଅସ୍ତ୍ରୋପଚାର ହୋଇଛି। ନବୀନ ଏବେ ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅଛନ୍ତି। ତାଙ୍କୁ ଦୁଇ ଦିନ ପାଇଁ ଅବଜରଭେସନରେ ରଖାଯିବ ବୋଲି ଡାକ୍ତର ପଣ୍ଡା କହିଛନ୍ତି। ଅପରେଶନ ନେଇ ପୂର୍ବରୁ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଥିଲେ।






More Stories
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..