ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଓ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର (ଜୁନ ୨୯) ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଏହି ଲଘୁଚାପ ଯୋଗୁଁ ସୋମବାର ଏବଂ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।






More Stories
ପ୍ରବଳ ବର୍ଷା ନେଇ ସତର୍କତା ଜାରି…..
ସପ୍ତାହେ ପ୍ରବଳ ବର୍ଷୀବ……
ବିଜେପି କର୍ମୀଙ୍କୁ ହତ୍ୟା…..