ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବୁଧବାର ୩ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଥିବାବେଳେ ୧୪ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବଜ୍ରପାତ ସହ ବର୍ଷା ହେବାକୁ ଥିବା ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲା ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି।






More Stories
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..