ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଘୁଚାପ ଦୁର୍ବଳ ହୋଇଥିଲେ ମଧ୍ୟ ଗତ ୨୪ ଘଣ୍ଟାରେ କୋରାପୁଟ ଜିଲ୍ଲାର କୋଟପାଡ଼ରେ ସବୁଠୁ ଅଧିକ ୧୫୨ ମି.ମି. ବର୍ଷା ହୋଇଛି। ଜିଲ୍ଲାର ଜୟପୁରରେ ୧୪୧.୮ ମି.ମି, ସେମିଳିଗୁଡ଼ାରେ ୧୨୪.୩, କୋରାପୁଟରେ ୧୧୫.୮ ଏବଂ ବୋରିଗୁମ୍ମାରେ ୮୯.୪ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି। ଢେଙ୍କାନାଳ, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବୁଧବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ କୋରାପୁଟରେ ୮୯.୮ମି.ମି. ବର୍ଷା ହୋଇଥିବା ବେଳେ ବିଭିନ୍ନ ଅଞ୍ଚଳରେ ୩୦ରୁ ୪୦ମି.ମି. ମଧ୍ୟରେ ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଦକ୍ଷିଣ ଝାଡ଼ଖଣ୍ଡ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ମୌସୁମୀ ନିମ୍ନଚାପରେଖା ଏବଂ ଦକ୍ଷିଣ-ପୂର୍ବ ରାଜସ୍ଥାନରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, ବୌଦ୍ଧ ଏବଂ ନୂଆପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦେଶ






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……