ରିପୋର୍ଟ କାର୍ଡ / ପୁରୀ
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡ଼ିବେ ମହାପ୍ରଭୁ। ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଆସି ରଥାରୂଢ଼ ହୋଇଛନ୍ତି। ଏହା ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଛି।ଘଣ୍ଟ, ହୁଳହୁଳିରେ ଶରଧାବାଲି କମ୍ପୁଛି। ପହଣ୍ଡି ଦେଖିବା ପାଇଁ ଶରଧାବାଲି ଭକ୍ତମୟ ହୋଇଉଠିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଛି। ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….