Report Card Odisha

| Daily Odia News

ଆଜି ଓଡ଼ିଶା ବନ୍ଦ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଅଖିଳ ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ବାଲେଶ୍ବରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ ୧୨ ତାରିଖ ଦିନ ଜଣେ ଆତ୍ମାହୁତି ଦେବା ଏବଂ ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର-ମଙ୍ଗଳବାର ରାତିରେ ମୃତ୍ୟୁ ଘଟଣାକୁ କେନ୍ଦ୍ର କରି କଂଗ୍ରେସ ଏହି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି। କଂଗ୍ରେସ କର୍ମୀମାନେ ନ୍ୟାୟ ଦାବିରେ ଅଖ, ଚଖ ବନ୍ଦ ରଖିବାକୁ ଜୋରଦାର ଉଦ୍ୟମ ଜାରି ରଖିଛନ୍ତି। କଂଗ୍ରେସ ପକ୍ଷରୁ ଜୁଲାଇ ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ବନ୍ଦ ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ସବୁ ଜିଲ୍ଲାପାଳମାନଙ୍କୁ ଚିଠି କରିଛି। ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି। ଜରୁରୀକାଳୀନ ସେବା ପ୍ରଭାବିତ ନହେବା ଉପରେ ଗୁରୁତ୍ୱ ଦେଇଛି। ବନ୍ଦକୁ କଂଗ୍ରେସ ସମେତ ସମସ୍ତ ବାମପନ୍ଥୀ ଦଳ ସିପିଆଇ, ସିପିଆଇ(ଏମ୍‌), ସିପିଆଇ(ଏମ୍ଏଲ), ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍, ଏନ୍‌ସିପି, ଏସ୍‌ପି ଓ ଆର୍‌ଜେଡି ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦ ଯୋଗୁଁ ଗୁରୁବାର ଶିକ୍ଷାନୁଷ୍ଠାନ, ପେଟ୍ରୋଲ୍‌ ପମ୍ପ ଓ ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।

Breaking News