ରିପୋର୍ଟ କାର୍ଡ / ଭୁବନେଶ୍ବର
ମୌସୁମୀ ଦୁର୍ବଳ ଥିବାରୁ ବାୟୁମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଜଳୀୟବାଷ୍ପର ପ୍ରତିକ୍ରିୟାଶୀଳତା ବୃଦ୍ଧି ଯୋଗୁ ରାଜ୍ୟରେ ଆଗାମୀ ୨୩ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ବାଲେଶ୍ବର, ଭୁବନେଶ୍ବର, ପାରାଦ୍ବୀପ, ଅନୁଗୋଳ, ଝାରସୁଗୁଡ଼ା, କେନ୍ଦୁଝର, ହୀରାକୁଦ, ଭବାନୀପାଟଣା, ଟିଟିଲାଗଡ଼, ମାଲକାନଗିରି, ବରଗଡ଼, ଦେବଗଡ଼, ନୂଆପଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ରାଉରକେଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଉତ୍ତର ବିହାର, ଓଡ଼ିଶା ଏବଂ ଝାଡ଼ଖଣ୍ଡରେ ଏକ ନିମ୍ନଚାପ ରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବା ନେଇ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।






More Stories
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..
ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ,ଶପଥ ନେଲେ ମୁଖ୍ୟମନ୍ତ୍ରୀ….