ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅନୁଦାନପ୍ରାପ୍ତ ହାଇସ୍କୁଲ, ବ୍ଲକ୍ଗ୍ରାଣ୍ଟ ହାଇସ୍କୁଲ, ସଂସ୍କୃତ ଟୋଲ୍ ସ୍କୁଲରେ ଅତିଥି ଶିକ୍ଷକ ନିଯୁକ୍ତି ଦିଆଯିବ। ଅବସର ନେଇଥିବା ୬୩୮୭ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟରେ ନିଯୁକ୍ତି ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ନୂଆ ଶିକ୍ଷକ ନିଯୁକ୍ତ ହେବା ଯାଏ ଏହି ଅତିଥି ଶିକ୍ଷକମାନେ କାର୍ଯ୍ୟ କରିବେ। ଜିଲ୍ଲା ଶିକ୍ଷା ଅଧିକାରୀମାନେ ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବି ବିଷୟରେ ମାଧ୍ୟମିକ ଶିକ୍ଷା ପରିଷଦକୁ ଜଣାଇବେ। ଏହି ଆଧାରରେ ନିଯୁକ୍ତି ଦିଆଯିବ। ଖାଲି ପଡ଼ିଥିବା ପଦବିରେ ସ୍କୁଲରେ ଟିଜିଟି ଶିକ୍ଷକ ନିଯୁକ୍ତି ହୁଅନ୍ତି କିମ୍ବା ଆସନ୍ତି ତେବେ ନିଯୁକ୍ତ ହୋଇଥିବା ଅତିଥି ଶିକ୍ଷକଙ୍କୁ ସେହି ସ୍କୁଲରୁ ଅପସାରଣ କରାଯିବ।






More Stories
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..