ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶେଷରେ ଆଖିବୁଜିଲେ ପୁରୀ ଜିଲ୍ଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି। ଗତ ଜୁଲାଇ ୧୯ ତାରିଖରେ ବଳଙ୍ଗା ଥାନା ଅଞ୍ଚଳର ଏହି ନାବାଳିକାଙ୍କୁ ଘରଠାରୁ କିଛି ଦୂରରେ ନଦୀ ବନ୍ଧରେ ତାଙ୍କ ଶରୀରରେ କିରୋସିନ ଢାଳି ନିଆଁ ଲଗାଇ ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ଵର ଏମସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ରହିବାରୁ ୨୦ ତାରିଖ ଦିନ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଥିଲା। ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଚିକିତ୍ସା ଜାରି ରହିବା ସହିତ ତାଙ୍କ ଶରୀରରେ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ୩ ଥର ଅପରେସନ କରାଯାଇ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ବେ ଡାକ୍ତରମାନେ ତାଙ୍କୁ ବଞ୍ଚାଇ ପାରି ନ ଥିଲେ।






More Stories
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..
କମିବ ବର୍ଷା…..