ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡର ଉତ୍ତରକାଶୀରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା କାରଣରୁ ଭୂସ୍ଖଳନ ସହ ଧସିଲା ପାହାଡ । ପାଣି ମାଡି ଆସିବା ଫଳରେ ଏପର୍ଯ୍ୟନ୍ତ ୪ଜଣଙ୍କର ମୃତ୍ୟୁ ହୋଇଛି ଏବଂ ସମ୍ପତ୍ତିର ବହୁତ କ୍ଷତି ହୋଇଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ମିଳିଛି । ପ୍ରଭାବିତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶ ଭଳି ପାହାଡିଆ ରାଜ୍ୟରେ ପ୍ରବଳ ବର୍ଷା ଓ ବାଦଲଫଟା ବର୍ଷାର ଅନେକ ଘଟଣା ସାମ୍ନାକୁ ଆସୁଛି । ଏହି କାରଣରୁ ଅନେକ ଲୋକଙ୍କ ଜୀବନହାନୀ ସହ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….
ପୁରୀରୁ TMC ବିଧାୟକ ଗିରଫ…..