ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଦୁଇ ବର୍ଷ ବଢ଼଼ାଇଦେଇଛନ୍ତି। ଆସନ୍ତା ଅଗଷ୍ଟ ୩୧ରେ ଶ୍ରୀ ମହାପାତ୍ର ଅବସର ଗ୍ରହଣ କରିଥାନ୍ତେ। କେନ୍ଦ୍ର କ୍ୟାବିନେଟ ନିଯୁକ୍ତି କମିଟିର ନିଷ୍ପତି ଅନୁଯାୟୀ ତାଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ବୃଦ୍ଧି କରାଯାଇଛି। ଭଦ୍ରକ ଜିଲା ରାଜଗୁରୁପୁର ଗ୍ରାମରେ ୧୨ ଅଗଷ୍ଟ ୧୯୬୫ରେ ଜନ୍ମିତ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ଦାୟିତ୍ୱ ଗ୍ରହଣ କରିଥିଲେ।






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….