ରିପୋର୍ଟ କାର୍ଡ / ଯାଜପୁର
ଭୁଲ୍ ଇଞ୍ଜେକ୍ସନ୍ ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଗତକାଲି ଅସୁସ୍ଥ ହେବାରୁ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ଜଣେ ନର୍ସ ଆସି ତାଙ୍କୁ ଇଞ୍ଜେକ୍ସନ୍ ଦେଇଥିଲେ । ଏହାପରେ ଯୁବକଙ୍କୁ ସ୍ଵାସ୍ଥ୍ୟବସ୍ଥା ବିଗିଡିଯାଇଥିଲା। ଏବଂ ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ଜାରି ରଖିଛି।






More Stories
ନାବାଳକଙ୍କୁ ହତ୍ୟା କଲା ନାବାଳକ…..
୨୨ରୁ ବିଧାନସଭା ଅଧିବେଶନ…….
ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ…..