ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୫ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ବର୍ତ୍ତମାନ ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସେହିପରି ଶୁକ୍ରବାର ଏବଂ ଶନିବାର ବଜ୍ରପାତ ଆଶଙ୍କାରେ ୨୦ଟି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି ସାମିଲ ରହିଛନ୍ତି।






More Stories
ଟ୍ୟୁଶନ ହେବେ ରାଜସ୍ବ ବାବୁ…..
ଭିତର ଭଣ୍ଡାରରେ ହେବ ଗଣତିମଣତି…..
ମହାନଦୀ ଜଳ ବିବାଦର ସ୍ଥିତି ସମୀକ୍ଷା…..