ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ବୁଧବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅତିରୁ ଅତି ପ୍ରବଳ ବର୍ଷା ହେବାନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବିକ୍ଷିପ୍ତ ଭାବେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଚଳିତ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଲାଗିରହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି






More Stories
ମୋଦିଙ୍କ ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ!…..
ନେପାଳ ବନ୍ୟା;ମାଟିତଳୁ ଜୀବନ ଖୋଜା…..
ବିମାନ ଦୁର୍ଘଟଣାଗ୍ରସ୍ତ: ୨ ପାଇଲଟ ମୃତ…..