ରିପୋର୍ଟ କାର୍ଡ / ଭୁବନେଶ୍ୱର
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା। ସେହିପରି ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥ ଜୟ ମାଁ ସମ୍ଲେଇ। “ସମ୍କୁ ମୋର ନୂଆଁଖାଇ ଜୁହାର୍” । ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ।






More Stories
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..
ଟ୍ୟୁଶନ ହେବେ ରାଜସ୍ବ ବାବୁ…..
ଭିତର ଭଣ୍ଡାରରେ ହେବ ଗଣତିମଣତି…..