ରିପୋର୍ଟ କାର୍ଡ / ଭୁବନେଶ୍ୱର
SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ। ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ। ନିକଟରେ ନିଟ ପାସ କରିଥିବା ଦିଦାୟୀ ଆଦିବାସୀ ଝିଅଙ୍କୁ ଭେଟିଥିଲି। ଆମର ବର୍ତ୍ତମାନ ଭଲ ଅଛି, ଭବିଷ୍ୟତ ଆହୁରି ଭଲ ରହିବ ବୋଲି ସେ କହିଛନ୍ତି। ପଲ୍ଲୀଠୁ ନେଇ ଦିଲ୍ଲୀ ଯାଏଁ ସାମ୍ବିଧାନିକ ବ୍ୟବସ୍ଥା ଚାଲିଛି, ହଜାର ହଜାର ବର୍ଷ ଧରି ଆମେ ଉତ୍ପୀଡ଼ନ ସହିଥିଲୁ। ଅସ୍ପୃଶ୍ୟତାର ଶିକାର ହୋଇଥିଲୁ, କିନ୍ତୁ ସମ୍ବିଧାନ ଆମକୁ ଅଧିକାର ଦେଲା। ଆମେ ସଶକ୍ତୀକରଣ ନ ହେଲେ ଯେତେ ଯୋଜନା କଲେ ବି ସୁଫଳ ମିଳିବନି। ଆମର ଉତ୍ଥାନ ନ ହେବା ଯାଏଁ ରାଜ୍ୟର ବିକାଶ ହୋଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….