ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆଦିଲ୍ଲୀରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ସେହିପରି ପୂର୍ବାହ୍ନରେ କେନ୍ଦ୍ର ଜଙ୍ଗଲ , ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ସହ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ପରିବେଶ ସୁରକ୍ଷା, ବନ ସଂରକ୍ଷଣ, ଜଳବାୟୁ ଅନୁକୂଳତା ଏବଂ ବୃହତ୍ତର ବିକାଶ ଆଦି ବିଷୟଗୁଡିକ ଉପରେ ଆଲୋଚନା ହୋଇଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..