ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଆରମ୍ଭ ହେଲା ପିତୃପକ୍ଷ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆଶ୍ଵୀନ କୃଷ୍ଣ ପକ୍ଷ ପ୍ରତିପଦାରୁ ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ବା ଅପରପକ୍ଷ ଭାବେ ପାଳନ କରାଯିବାର ବିଧି ରହିଛି । ହିନ୍ଦୁ ଧର୍ମରେ ଏହାର ବିଶେଷ ମହତ୍ବ ରହିଥିବା ବେଳେ ଏହି ସମୟରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇଥାଏ । ୧୫ ଦିନ ପର୍ଯ୍ୟନ୍ତ ନିୟମ ନିଷ୍ଠାରେ ଏହି ପକ୍ଷ ପାଳନ କଲେ ପିତୃ ପୁରୁଷଙ୍କ ପରିବାର ଉପରେ ଆଶୀର୍ବାଦ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି । ନିୟମ ନିଷ୍ଠାର ସହ ଏହି ଅପରପକ୍ଷ ବା ପିତୃପକ୍ଷକୁ ପାଳନ କରନ୍ତି ଶ୍ରଦ୍ଧାଳୁ । ପିତୃପକ୍ଷ ସମୟରେ ଖିଅର ହେବା ସମ୍ପୂର୍ଣ୍ଣ ନିଷିଦ୍ଧ ରହିଥିବା ବେଳେ ଏହି ସମୟରେ ନଖ ମଧ୍ୟ କଟାଯିବା ବାରଣ । ଏପରିକି ଅପର ପାଗରେ ଅର୍ଥାତ ବାହାରେ ଭୋଜନ କରିବା ସମ୍ପୂର୍ଣ ନିଷିଦ୍ଧ କରାଯାଇଛି । ସେହିପରି ତିଳ ତର୍ପଣ, ଶ୍ରାଦ୍ଧ ଓ ପିଣ୍ଡଦାନ କରିବା ସମୟରେ ସମ୍ପୂର୍ଣ୍ଣ ଶୁଦ୍ଧପୂତ ଭାବେ ରହିବାକୁ ଶାସ୍ତ୍ରରେ ବର୍ଣ୍ଣନା କରାଯାଇଛି






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..