ରିପୋର୍ଟ କାର୍ଡ / ନୂଆପଡା
ନୂଆପଡା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ୬୯ବର୍ଷେ ବୟସରେ ଚେନ୍ନାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହୋଇଥିବା ସୂଚନା ମିଳିଛି । ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ । ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି । ନୂଆପଡା ଆସନରୁ ୪ଥର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ । ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..