ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ୬୯ବର୍ଷେ ବୟସରେ ଚେନ୍ନାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହୋଇଥିବା ସୂଚନା ମିଳିଛି । ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ । ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି । ନୂଆପଡା ଆସନରୁ ୪ଥର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ।






More Stories
ଅଧାରେ ଅଟକିଲା ରୁକୁଣା ରଥ: ଆଜି ଅପରାହ୍ନରେ ରଥଟଣା…..
ରିଙ୍କୁ ଉପଅଧିନାୟକ….
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..