ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆରମ୍ଭ ହେଲା ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ । ଆଜି ପ୍ରଥମ ଦିନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ଦିବ୍ୟଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଓଡ଼ିଶା ପୋଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବ ପରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାରେ ଶୋକ ପ୍ରସ୍ତାବ ନେଇ ନିଜ ନିଜର ମତ ରଖିଥିଲେ । ସମସ୍ତେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମନେ ପକାଇ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଥିଲେ । ଗୃହରେ ୧ମିନିଟ ପାଇଁ ନିରବ ପ୍ରାର୍ଥନା କରାଯାଇଛି ।
More Stories
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ…..