ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନ। ଆଜି ବି ପ୍ରଶ୍ନକାଳ ଆରମ୍ଭ ରୁ ବିରୋଧୀଙ୍କ ପ୍ରବଳ ହୋହାଲ୍ଲା ଏବଂ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ବିଜେଡି ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ୍ ତଳକୁ ଆସି ହୋହାଲ୍ଲା ଏବଂ ନାରାବାଜି କରିଥିଲେ। ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ କରାଯାଇଥିଲା। ବିଜେଡି ଗୃହ ଚଳାଇ ଦେଉନଥିବା ଅଭିଯୋଗରେ କଂଗ୍ରେସ ପ୍ରତିବାଦ କରିଥିଲା। କଂଗ୍ରେସ ସଦସ୍ୟମାନେ ନିଜ ଆସନରେ ଛିଡା ହୋଇ ପ୍ଲାକାର୍ଡ ଦେଖାଇଥିଲେ। ବାଚସ୍ପତିଙ୍କ ବାରମ୍ବାର ଅନୁରୋଧ ସତ୍ବେ ବିରୋଧୀମାନେ ଗୃହ କାର୍ଯ୍ୟ ଚାଲିବାକୁ ଦେଇନଥିଲେ। ମାତ୍ର ୨୧ ମିନିଟ୍ ପ୍ରଶ୍ନକାଳ ଚାଲିବା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..