ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲା ପ୍ରଶାସନ। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ଛୁଟି ବାତିଲ କରିଛନ୍ତି। ଏହି ସମୟ ମଧ୍ୟରେ ହେଡ୍ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାପାଳଙ୍କ ଅନୁମତି ବିନା ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ନିର୍ଦ୍ଦେଶନାମାକୁ ଅବମାନନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ କଡ଼ା ଚେତାବନୀ ଦେଇଛନ୍ତି।






More Stories
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..