ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୋଡ଼ା ଲଘୁଚାପ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଗୋଟିଏ ଲଘୁଚାପ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଥିବାରୁ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ବିଳମ୍ବିତ ରାତି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର(ଏସଆରସି) ୧୮ ଜିଲ୍ଲାକୁ ସତର୍କତା ଜାରି କରିଛନ୍ତି। ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ୨୬ ତାରିଖ ଅର୍ଥାତ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ୧୮ଟି ଜିଲ୍ଲା ଅଧିକ ପ୍ରଭାବିତ ହୋଇପାରେ। ତେଣୁ ସେସବୁ ଜିଲାକୁ ସରକାର ସତର୍କତା ଜାରି କରିଛନ୍ତି। ଏସଆରସିଙ୍କ ସୂଚନା ଅନୁସାରେ, ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। କ୍ଷତିଗ୍ରସ୍ତ ହେବାକୁ ଥିବା ୧୮ ଜିଲ୍ଲାରେ ଡ୍ରେନେଜ ଇଞ୍ଜିନିୟର ଓ ଅଧିକାରୀଙ୍କୁ ଆଲର୍ଟ ରଖାଯାଇଛି। ୩ ଜିଲାର ଜିଲାପାଳଙ୍କୁ ମଧ୍ୟ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି। ଆବଶ୍ୟକ ସ୍ଥଳେ ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ ଟିମ ପ୍ରସ୍ତୁତ ରହିଥିବା କହିଛନ୍ତି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..