Report Card Odisha

| Daily Odia News

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟର ସରକାରୀ ଉଦ୍ୟୋଗ (State PSUs)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁୟାରୀ ପହିଲା ଠାରୁ ଲାଗୁ ହେବ ।

Breaking News