Report Card Odisha

| Daily Odia News

ଶିରୀଶ ଚନ୍ଦ୍ର ମୁର୍ମୁ RBI ଡେପୁଟି ଗଭର୍ଣ୍ଣର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

RBI ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କ ନିଯୁକ୍ତି । ଅକ୍ଟୋବର ୯ ତାରିଖରେ ଦାୟିତ୍ୱ ନେବେ ଶିରୀଶ । କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଦୀର୍ଘ ଦିନର ଅଭିଜ୍ଞତା ରହିଛି । ସୁଯୋଗ୍ୟ ଓଡିଆ ଭାବେ ସର୍ବୋଚ୍ଚ ବ୍ୟାଙ୍କରେ ନିଯୁକ୍ତି ପାଇଁ ବଧାଇ ଜଣାଇଲେ ।ଏବେ ରିଜର୍ଭ ବ୍ୟାଙ୍କ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍‌ଟର ଅଛନ୍ତି ଶିରୀଶ ଚନ୍ଦ୍ର ମୁର୍ମୁ । ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲା ବେତନଟିରେ । ବର୍ତ୍ତମାନ ଡେପୁଟି ଗଭର୍ଣ୍ଣର ଥିବା ରାଜେଶ୍ୱର ରାଓଙ୍କ କାର୍ଯ୍ୟକାଳ ଅକ୍ଟୋବର ୮ରେ ଶେଷ ହେବ । ଏପଟେ ଶିରୀଶଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଗୁରୁତ୍ବପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ତାଙ୍କର ଦୀର୍ଘ ଅଭିଜ୍ଞତା ଦେଶର ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବ ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ବେତନଟିର ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ପୂର୍ବତନ ସିଏଜି ତଥା ଜାମ୍ମୁ-କାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଭାଇ ।

Breaking News