ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନର ପେଶାୱରରେ ବୋମା ବିସ୍ପୋରଣରେ ୯ଜଙ୍କ୍ର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଥିବା ଜଣାପଡିଛି । ଆହତମାନେ ଆଇନ ପ୍ରବର୍ତ୍ତନ ଅଧିକାରୀ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁସାରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରଣ ଘଟିଥିଲା । ଜଣେ ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ ପୁଲିସ ଓ ସୁରକ୍ଷା ଅଧିକାରୀଙ୍କୁ ଲକ୍ଷ୍ୟ କରି ବିସ୍ଫୋରଣ କରାଯାଇଥିଲା । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ବିସ୍ଫୋରକ ଉପକରଣଟି ପୋଲିସ ଭ୍ୟାନ ଯାଉଥିବା ରାସ୍ତାରେ ରଖାଯାଇଥିଲା । ବିସ୍ଫୋରଣରେ ଆହତଙ୍କ ଅବସ୍ଥା ଗୁରୁତର ହୋଇଛି । ଘଟଣାସ୍ଥଳରେ ସୁରକ୍ଷା ବାହିନୀ ମୁତୟନ ହେବା ସହ ଅଞ୍ଚଳକୁ ଘେରାବନ୍ଦୀ କରାଯାଇଛି ।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….