ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେହିପରି ଉତ୍ତର ଉପକୂଳ ଓଡ଼ିଶାରୁ ପୂର୍ବ ତେଲଙ୍ଗାନା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼ ଦେଇ ସମୁଦ୍ର ପତ୍ତନଠାରୁ ୧.୫କି.ମି. ଉଚ୍ଚରେ ଏକ ଟ୍ରପ୍ ଲାଇନ୍ ଗତି କରୁଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ