ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମାଚଳର ବିଳାସପୁରରେ ବଲ୍ଲୁ ସେତୁ ନିକଟରେ ଭୂସ୍ଖଳନ ଯୋଗୁଁ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏକ ଯାତ୍ରୀବାହୀ ବସ୍ ମାଟି ତଳେ ଦବିଯାଇଛି। ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ସ୍ଥାନୀୟ ପ୍ରଶାସନ ଓ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁରକ୍ଷିତ ଭାବେ ଲୋକଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି। ରାତିସାରା ଉଦ୍ଧାର କାର୍ଯ୍ୟ ଲାଗିରହିବ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ବସ୍ ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପ୍ରତି ସମବେଦନା ଜଣାଇବା ସହ ଆତ୍ମାର ସଦଗତି କାମନା କରିଛନ୍ତି।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….