ରିପୋର୍ଟ କାର୍ଡ /କଟକ
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ସିପି ଏସ୍ ଦେବଦତ୍ତ ସିଂ। ସେ କହିଛନ୍ତି, ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜ୍ଜୁ କରାଯିବ। ଦରଘା ବଜାର ଓ କଦମ ରସୁଲରେ ପୋଲିସ ଫ୍ଲାଗମାର୍ଚ୍ଚ କରିଥିବାବେଳେ କଟକ ସହର ସାରା ପୁଲିସ୍ ମୁତୟନ ଅଛନ୍ତି । ସ୍ଥିତି ସ୍ବାଭାବିକ ରହିଛି। ତଥାପି କିଛି ଲୋକ ସୋସିଆଲ ମିଡିଆରେ ବିଭ୍ରାନ୍ତିକର ତଥ୍ୟ ରଖୁଛନ୍ତି। ଭାଇରାଲ ବି କରୁଛନ୍ତି। ଏଥିରୁ କ୍ଷାନ୍ତ ରୁହନ୍ତୁ, ନଚେତ୍ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି କଡ଼ା ଚେତାବନୀ ଦେଇଛନ୍ତି |






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….