ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ। ନୂଆପଡ଼ା ଉପ ନିର୍ବାଚନ ପାଇଁ ଉଭୟ ବିଜେଡି ଓ ଭାଜପାର ପ୍ରାର୍ଥୀ ଚୟନରେ ଦିନ ଗଡି ଚାଲିଥିବାବେଳେ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନରେ କନ୍ଦଳ ଲାଗି ରହିଥିବାବେଳେ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇ ସାରିଛି। ଜିଲ୍ଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି ା ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….